June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

୧୧ରେ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା, କଡାକଡି ସୁରକ୍ଷା ବ୍ଯବସ୍ତା

ପାଖେଇ ଆସୁଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ସ୍ନାନଯାତ୍ରା । ତେବେ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ବସିଛି ସୁରକ୍ଷା ବୈଠକ । କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ସ୍ନାନପୂର୍ଣ୍ଣିମା ପାଇଁ ପୁରୀ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ । ୪ ଏସ୍‌ପି ରାଙ୍କ୍ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ । ଏହାସହ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍ ବ୍ୟବସ୍ଥା ଉପରେ ଫୋକସ୍ ରହିଛି । ଆସନ୍ତା ୧୧ ତାରିଖରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । ସ୍ନାନଯାତ୍ରାକୁ ଆଉ ମାତ୍ର ଦିନ କେଇଟା ବାକି ଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି । ସେହିପରି ଆସନ୍ତା ୨୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଥିବାବେଳେ ବିଶାଳ ଜନସମାଗମ ହେବ । ଶୃଙ୍ଖଳିତ ଏବଂ ସୁପରିଚାଳନା ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି। ଜୁନ ୧୧ରେ ଦେବସ୍ନାନ ପୂର୍ଣ୍ଣିମା, ୨୬ରେ ନବଯୌବନ ଦର୍ଶନ, ୨୭ରେ ରଥଯାତ୍ରା, ଜୁଲାଇ ୫ରେ ବାହୁଡା , ୬ ରେ ସୁନାବେଶ, ୭ ରେ ଅଧରପଣା ଏବଂ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ I ଏସବୁ ଦିନ କଡ଼ା ସୁରକ୍ଷା ବଳୟରେ ରହିବ ଶ୍ରୀକ୍ଷେତ୍ର ଓ ପୁରୀ ସହର ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.