June 8, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ରାଜ୍ୟରେ ୫ ଦିନ କାଳବୈଶାଖୀ ବର୍ଷା, ସବୁ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ଵର: ଆଜି ଠାରୁ ମେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା। ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୫ଜିଲ୍ଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ ଓ ଝାରସୁଗୁଡା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।

ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଏସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ମୟୁରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.