ପୁଣି ସକ୍ରିୟ ହେଲେଣି କରୋନା ଭାଇରସ୍, ଭାରତରେ ଗଡିଲା ଦୁଇ ମୁଣ୍ଡ..

ପୁଣି ଡରାଇବାରେ ଲାଗିଛି କରୋନା ଭୂତାଣୁ । କିଛି ବର୍ଷର ବିରତି ପରେ ପୁଣି ସାରା ବିଶ୍ୱକୁ କବଳିତ କରିବାକୁ ଯାଉଛି ଏହି ଘାତକ ଭୁତାଣୁ । ସିଙ୍ଗାପୁର, ମାଲେସିଆ ଓ କିଛି ଦକ୍ଷିଣ ଦେଶରେ ଏବେ ତାଣ୍ଡବ ରଚୁଛି ଏହି ମୃତ୍ୟୁର ଭୂତାଣୁ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରିପୋର୍ଟ ମୁତାବକ ଆଜି ଦେଶରେ ୨୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୁ୍ମ୍ବାଇରେ କରୋନା ସଂକ୍ରମଣରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ରିପୋର୍ଟ ମୁତାବକ ମୃତକ ୨ ଜଣ ପୂର୍ବରୁ ଗମ୍ଭୀର ରୋଗରେ ପୀଡିତ ଥିଲେ । ଏହାସହ ତାଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିବାରୁ ସେମାନଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି । ସେପଟେ ସତର୍କତା ଅବଲମ୍ବନ କରିବାକୁ ରାଜ୍ୟବାସୀଙ୍କ ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ ବହୁବିଧ ରୋଗରେ ଆକ୍ରାନ୍ତ ଲୋକ ସାବଧାନ ରହିବାକୁ ପରାମର୍ଶ ଦେଇଛନ୍ତି । କିଡନୀ ଭଳି ଗୁରୁତର ରୋଗୀ ହୋଇଥିଲେ ମାସ୍କ ପିନ୍ଧନ୍ତୁ । ଏବେ ବ୍ୟାପୁଥିବା କୋଭିଡ ଓମିକ୍ରନର ସବଭାରିଆଣ୍ଟ । ଏନେଇ ଏପର୍ଯ୍ୟନ୍ତ କେନ୍ଦ୍ରରୁ କୌଣସି ମାର୍ଗଦର୍ଶିକା ଜାରି କରାଯାଇ ନାହିଁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।