June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଆଜି ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ, ସାରା ଓଡ଼ିଶାରେ ରହିଛି ମେଘୁଆ ପାଗ…

ଆଜି ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ସ୍ପର୍ଶ କରିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ଏଥର ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ। ପାଗ ଅନୁକୂଳ ଥିବାରୁ ଆଜି ଓଡ଼ିଶା ଛୁଇଁଛି ମୌସୁମୀ। ମେ’ ୨୪ ତାରିଖରେ କେରଳ ଛୁଇଁଥିଲା ମୌସୁମୀ ବାୟୁ। ସୂଚନାଯୋଗ୍ୟ, ଗତ ବର୍ଷ ଜୁନ୍ ୮ ତାରିଖରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଚଳିତ ଥର ଓଡ଼ିଶାକୁ ମଧ୍ୟ ମୌସୁମୀ ସଅଳ ସ୍ପର୍ଶ କରିବ। ଗୁରୁବାର ସୁଦ୍ଧା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଆଗମନ ହେବ ବୋଲି ପାଣିପାଗ ବିଜ୍ଞାନୀମାନେ କହିଥିଲେ। ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହାର ପ୍ରଭାବରେ ସାରା ଓଡ଼ିଶାରେ ମେଘୁଆ ପାଗ ଜାରି ରହିବା ସହ ଅଳ୍ପବହୁତ ବର୍ଷା ହୋଇଥିଲା।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.