July 21, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ିହେବ ଆମ୍ବୁଲାନ୍ସ ସେବା..

ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ିହେବ ଆମ୍ବୁଲାନ୍ସ ସେବା । ଅନଲାଇନ୍‌ରେ ବୁକ୍ କରିପାରିବେ ଆମ୍ବୁଲାନ୍ସ । ଘରୋଇ ଆମ୍ବୁଲାନ୍ସ ଗୁଡ଼ିକ ଓଡ଼ିଶା ଯାତ୍ରୀ ସହ ଯୋଡ଼ି ହେବେ ଏବଂ ଅନ୍‌ଲାଇନ୍‌ରେ ଆମ୍ବୁଲାନ୍ସ ବୁକ୍ କରିପାରିବେ ରୋଗୀ କିମ୍ବା ତାଙ୍କ ସମ୍ପର୍କୀୟ । ଏହାର ସଂରକ୍ଷଣ ଦାୟିତ୍ୱ ପରିବହନ ବିଭାଗ ନେଇଛି ଏବଂ କ୍ରୁଟ ସହାୟତାରେ ଏହାକୁ ପରିଚାଳନା କରାଯିବ । ଅଟୋ, ଟ୍ୟାକ୍ସି ପରେ ଘରୋଇ ଆମ୍ବୁଲାନ୍ସକୁ ଓଡ଼ିଶା ଯାତ୍ରୀ ଆପ୍‌ ସହ ଯୋଡ଼ାଯିବ । ଆମ୍ବୁଲାନ୍ସ ସେବା ରେଟ୍‌ ସରକାର ନିର୍ଦ୍ଧାରଣ କରିବେ । ଏହାଦ୍ୱାରା ସରକାରୀ ଆମ୍ବୁଲାନ୍ସ ସହ ଘରୋଇ ଆମ୍ବୁଲାନ୍ସ ସେବା ବି ପାଇବେ ସାଧାରଣ ଲୋକେ । ଏନେଇ ପରିବହନ ବିଭାଗ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.