ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ, କରିବେ ରୋଡ୍ ସୋ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏୟାରପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ । ତେବେ ମୋଦିଙ୍କୁ ଦେଖିବାକୁ ଭୁବନେଶ୍ବରରେ ପ୍ରବଳ ଭିଡ଼ ହୋଇଛି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ବିଜେପି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି। ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ପ୍ରାୟ ୩ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ। ଏଥିରେ ୨୭୦୦କୋଟି ଟଙ୍କାର ରେଳ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ, ନରାଜରେ ନିର୍ମିତ ୫୦କୋଟି ଟଙ୍କାର ଇଭି ବସ୍ ଡିପୋର ଉଦ୍ଘାଟନ, ୧୦୦ଟି ନୂଆ ଇଭି ବସ୍ର ଶୁଭାରମ୍ଭ ଆଦି ସାମିଲ ରହିଛି ରହିଛି।