June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା, ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଦାବି…

ଭୁବନେଶ୍ବର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଦାବି କଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି କଂଗ୍ରେସ ବିଧାୟକ ଦଳ ନେତା ଏହି ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ପହଲଗାମ୍ ଆକ୍ରମଣ, ଅପରେସନ୍ ସିନ୍ଦୂର ଏବଂ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ବିରତି ଘୋଷଣା ହୋଇଛି । ତେଣୁ ଏଭଳି ଏକ ସମୟରେ ଜନ ପ୍ରତିନିଧିମାନେ ତୁରନ୍ତ ଏକାଠି ହେବା ଦରକାର । ତେବେ ଏହା ପୂର୍ବରୁ ଜାତୀୟ ସ୍ତରରେ ମଧ୍ୟ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ସମାନ ଢଙ୍ଗରେ ସଂସଦର ସ୍ୱତନ୍ତ୍ର ଅଧିବେଶନ କରିବାକୁ ଅନୁରୋଧ କରିଥିଲେ । ଆଉ ଠିକ୍ ସେହି ଢଙ୍ଗରେ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.