June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଦୀଘା ଠାକୁର ନିର୍ମାଣ ବିବାଦ, ରାମକୃଷ୍ଣ ଦାସମହାପାତ୍ରଙ୍କୁ ଚାଲିଛି ପଚରାଉଚରା

ପୁରୀ: ନବକଳେବର ଦାରୁରେ ଦୀଘା ଠାକୁର ନିର୍ମାଣ ବିବାଦ ପ୍ରସଙ୍ଗ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ବଳକା ଦାରୁ ବାବଦରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପଚରାଉଚରା। ଦଇତାପତି ନିଯୋଗ ସଭାପତି ଗଣେଶ ଦାସମହାପାତ୍ରଙ୍କୁ ବି ପଚରାଉଚରା କରୁଛି ପ୍ରଶାସନ। ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ପଚରାଉଚରା ଚାଲିଛି।

ତେବେ ସୂଚନା ଥାଉକି, ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ରୂପେ ନାମକରଣ କରାଯାଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇ ବ୍ରହ୍ମସ୍ଥାପନ ହୋଇଥିବା ଚର୍ଚ୍ଚା ହେଉଛି। ଶ୍ରୀମନ୍ଦିର ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ ହେବା ଦ୍ୱାରା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ହେବ। ତେବେ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ପୁରୀରୁ ୭ରୁ ୮ଜଣ ଦଇତାପତି ସେବାୟତ ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇଥିଲେ। ସେମାନଙ୍କର ପୂଜାବିଧି କର୍ତ୍ତବ୍ୟ କିଛି ନ ଥିଲା। ବ୍ରହ୍ମ ସ୍ଥାପନ କେବଳ ଗୋଟିଏ ସ୍ଥାନରେ ଅର୍ଥାତ ଶ୍ରୀମନ୍ଦିରରେ ହୁଏ, ଯାହା ନବକଳେବର ସମୟରେ ପରିବର୍ତ୍ତନ କରାଯାଇଥାଏ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.