ଡାଇରିଆ ଆତଙ୍କ, ୨ ଜିଲ୍ଲାରେ ବଢିଲା ସ୍କୁଲ ଛୁଟି..

ଡ଼ାଇରିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍କୁଲ ଛୁଟିକୁ ବୃଦ୍ଧି କରାଯାଇଛି। ଭଦ୍ରକରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପଳ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡିକୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଆସନ୍ତା ୨୩ ତାରିଖରେ ଜିଲ୍ଲାରେ ଖୋଲିବ ସ୍କୁଲ ଓ କଲେଜ। ଏହି ସମୟରେ ସ୍କୁଲ ଗୁଡିକର ପରିବେଶକୁ ସଫା ସୁତୁରା ରଖିବା ସହିତ ପାନୀୟ ଜଳ ବ୍ୟବସ୍ଥାକୁ ବିଶୋଧନ କରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ସେହିପରି- ଯାଜପୁରରେ ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି। ବନ୍ଦ ସମୟରେ ବିଦ୍ୟାଳୟକୁ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଯିବାକୁ ନିର୍ଦ୍ଦେଶ । ଏଥିସହ ଏହି ଛୁଟି ସମୟରେ ସମସ୍ତ ବିଦ୍ୟାଳୟରେ ପାନୀୟ ଜଳ ବିଷୋଧନ କରାଯିବ। ପରେ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯିବ । ପିଇବା ଉପଯୋଗୀ ନ ଥିଲେ ଅନ୍ୟ ବ୍ୟବସ୍ଥା କରାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ।