ରାଜ୍ୟରେ ବଢିଲା ତାତି, ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ପାର୍

ଭୁବନେଶ୍ବର: ରାଜ୍ୟକୁ ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ । ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୫. °C ଟପିଛି । ୩ ଦିନ ଭିତରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ବଢିବା ସହ ଜାରି ହେବ ଅସମ୍ଭାଳ ତାତି । ଆନ୍ତାକାଲିଠୁ ରାଜ୍ୟରେ ହିଟ ୱେଭ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡକୁ ଅସମ୍ଭାଳ ତାତିକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଆଉ ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ହାଲୁକରୁ ମଧ୍ୟମ ମଧ୍ୟମ ଧରଣର ବର୍ଷା ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହେବା ସହ ୩୦ ରୁ ୫୦ କିମି ଝଡ ପବନ ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ ।
ବିଶେଷ କରି ଉପକୂଳ ଓଡ଼ିଶାରେ ପ୍ରଭାବ ରହିବ । ନୂଆପଡା ବଲାଙ୍ଗୀର ସୋନପୁର ବୌଦ୍ଧ କନ୍ଧମାଳ ବରଗଡ଼ ଅନୁଗୁଳ ସମ୍ବଲପୁର ଦେଓଗଡ ଢେଙ୍କାନାଳ ଓ ଝାରସୁଗୁଡା ଏହି ୧୧ ଜିଲ୍ଲାକୁ ବାଦ ଦେଇ ଅବଶିଷ୍ଟ ୧୯ ଜିଲାରେ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି କୋରାପୁଟ ମାଲକାନଗିରି ଓ ନବରଙ୍ଗପୁର ର ଗୋଟେ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ପବନ ବହିବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ୨୨ ରୁ ବର୍ଷାର ପରିମାଣ କମିବ ମୁଖ୍ୟତ ପାଗ ଶୁଖିଲା ରହିବ । ୨୨ ରେ ୭ ଜିଲ୍ଲାକୁ ହିଟ ୱେଭ ସହ ୧୧ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ଵିଭାଗ ।