June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ: ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁଙ୍କର ପଇତା ଲାଗି କରାଯାଇଥାଏ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବାପରେ ସନ୍ଧ୍ୟା ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.