July 21, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

୨୪ ଘଣ୍ଟାରେ ଲଘୁଚାପ, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ..

୨୪ ଘଣ୍ଟାରେ ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.