June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷିବ..

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୭ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପାସଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି । ୨୫ ତାରିଖରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନ ଓ ଉତ୍ତର ଓଡିଶାର ଅଳ୍ପ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳେ ମାଲକାନଗିରି, ବାଲେଶ୍ବର, ସୋନପୁର, ଝାରସୁଗୁଡା, ସମ୍ବଲପୁର, ଓ କନ୍ଧମାଳରେ ମଧ୍ୟ ବଜ୍ରପାତ ଓ ପବନ ଆଶଙ୍କା ରହିଛି। ସେହିପରି ୨୮, ୨୯ ଓ ୩୦ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହୋଇପାରେ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.