June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

୨ ପ୍ରତିଶତ ବଢି଼ଲା ମହଙ୍ଗା ଭତ୍ତା, ୮ ଲକ୍ଷ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀ ହେବେ ଉପକୃତ

ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଗିଫ୍ଟ  । ପୁଣି ମହଙ୍ଗା ଭତ୍ତାକୁ ଆଉ ୨ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର । ଫଳରେ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ଘଟିଛି । ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ଏହି ବର୍ଦ୍ଧିତ ଭତ୍ତା  । ତେବେ  ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ଦିଆଯିବ । ସେହିପରି ପେନ୍‌ସନ୍‌ ଭୋଗୀଙ୍କ ଟି.ଆଇରେ ମଧ୍ୟ ୨ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବରେ ଏପ୍ରିଲ ମାସ ପେନ୍‌ସନ୍‌ରେ ଏହି ବର୍ଦ୍ଧିତ ଟିଆଇ ପାଇବେ । ଏହା ଦ୍ବାରା ପ୍ରାୟ ସାଢେ ୮ ଲକ୍ଷ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀ ଉପକୃତ ହେବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି । ତେବେ ଗତ ଅକ୍ଟୋବର ମାସରେ ରାଜ୍ୟରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇଥିଲା । କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିଥିଲେ ରାଜ୍ୟ ସରକାର । ଏହା ଫଳରେ ସରକାରୀ କର୍ମଚାରୀଙ୍କ ଡିଏ ୫୦ରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଥିଲା । ୨୦୨୪ ଜୁଲାଇ ପହିଲାରୁ ପିଛିଲା ଭାବେ ଏହା ଲାଗୁ କରାଯାଇଥିଲା । ବର୍ଦ୍ଧିତ ମହଙ୍ଗା ଭତ୍ତା ଗତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିଥିଲା । ଅଧିକ ଅପଡେଟ୍‌ ପାଇଁ ଆମ ସହ ଯୋଡି ହୋଇ ଥାଆନ୍ତୁ ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.