June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଅପରେସନ ସିନ୍ଦୂର, ପାନେ ପାଇଲା ଆତଙ୍କୀଗଡ ପାକିସ୍ତାନ..

ବିଜୟ ପଥ: ପାକିସ୍ତାନ ବିରୋଧରେ ଭାରତର ଅପରେସନ ସିନ୍ଦୂର। ମଧ୍ୟରାତ୍ରୀ ପରେ ଭାରତୀୟ ବାୟୁସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀର ଉପରେ ଏୟାରରେଡ। ଶେଷରେ ଭାରତ ପାକିସ୍ତାନର ଆତଙ୍କବାଦୀ ସଂଗଠନ ଗୁଡିକ ବିରୁଦ୍ଧରେ ପ୍ରତିଶୋଧ ନେଇଛି ଭାରତ । ଏହି ଆକ୍ରମଣରେ ପାକିସ୍ତାନର ୭ଟି ସହରରେ ଥିବା ୯ଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଛି ଭାରତ । ଏପର୍ଯ୍ୟନ୍ତ ମିଳିଥିବା ସୂଚନାନୁଯାୟୀ, ଭାରତର ଏୟାର ଷ୍ଟ୍ରାଇକରେ ୯୦ରୁ ଉର୍ଦ୍ଧ୍ବ ଆତଙ୍କବାଦୀ ନିପାତ ହୋଇଛନ୍ତି । ଭାରତର ବାଲାକୋଟ ଏୟାରଷ୍ଟ୍ରାଇକରେ ୩୦୦ ଆତଙ୍କବାଦୀ ନିପାତ ହୋଇଥିବା ଅସମର୍ଥିତ ସୂତ୍ରରୁ ଜଣାପଡିଛି ।ଭାରତର ଏୟାର ଷ୍ଟ୍ରାଇକ୍‌ରେ ପାକିସ୍ତାନ ଥରହର । ପାକିସ୍ତାନରେ ଏମରଜେନ୍ସି ଜାରି ହୋଇଛି । ଭାରତର ଆକ୍ରମଣ ପରେ ପାକିସ୍ତାନର ସବୁ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି । ମେଡିକାଲରେ ମଧ୍ୟ ଜରୁରୀକାଳୀନ ସ୍ଥିତି ଘୋଷଣା ହୋଇଛି । ରାୱଲପିଣ୍ଡି , ଲାହୋର ବିମାନବନ୍ଦର ବନ୍ଦ ରହିଛି । ସୀମାକୁ ପାକିସ୍ତାନ ସେନା ପଠାଇଥିବା ସୂଚନା ମିଳିଛି । ଏପଟେ ଭାରତ ସୀମାରେ ଥିବା ଯବାନଙ୍କୁ ତତ୍ପର ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାରାମିଲିଟାରୀ ଫୋର୍ସଙ୍କ ଛୁଟି ବାତିଲ ହୋଇଛି । ଏନେଇ ଗୃହମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.