ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ରାମକୃଷ୍ଣଙ୍କୁ ସାତ ଦିନ ମଧ୍ୟରେ ଜବାବ ଦେବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ

ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ । ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି । ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁଣ୍ଣ କରିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍ ଜାରି କରାଯାଇଛି । ନୋଟିସ୍ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସାତ ଦିନ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି । ସେପ଼ଟେ ସିଂହଦ୍ବାର ଥାନାରେ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଏତଲା ଦେଇଛନ୍ତି ଶ୍ରୀଜଗନ୍ନାଥ ସେନା । ଦାରୁ କାଠ କିପରି ଦୀଘା ଗଲା ସେନେଇ ଏତଲାରେ ଲେଖା ହୋଇଛି ।