June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ଭିଜିବ ଓଡ଼ିଶା, ୩ଜିଲ୍ଲାରେ କୁଆପଥର ବର୍ଷା ନେଇ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଝଡବର୍ଷା ନେଇ ଆକଳନ କରିଛି ଆଇଏମଡି । ଆଗାମୀ ୫ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ପବନର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୩ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି, କୁଆପଥର ମାଡ଼ ଓ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ପାଇଁ ୪ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଉତ୍ତର ଓଡ଼ିଶାର କିଛି ଜିଲ୍ଲା ସହ ଗଞ୍ଜାମ ଓ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୬ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୫ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.