June 7, 2025

BIJAY PATHA

ଖବର… ନିରପେକ୍ଷ ଓ ସତ୍ୟ

ସରକାରଙ୍କ ବଡ ଘୋଷଣା, ଅଦିନିଆ ବର୍ଷାରେ ଚାଷ ନଷ୍ଟ ହେଲେ ମିଳିବ କ୍ଷତି ପୂରଣ….

ଭୁବନେଶ୍ୱର: ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହିତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏ ନେଇ ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ସହାୟତା ପାଇପାରିବେ । SDRFର ବାର୍ଷିକ ଆବଣ୍ଟନର ସର୍ବାଧିକ ୧୦ପ୍ରତିଶତ ଅର୍ଥ ଏଥିପାଇଁ ବିନିଯୋଗ ହୋଇପାରିବ । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ଅଦିନିଆ ବର୍ଷା ସ୍ଥାୟୀ ଭାବେ ଏକ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହୀତ ହୋଇଛି ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ଏଥିପାଇଁ କୃଷକମାନଙ୍କୁ ସହାୟତା ପ୍ରଦାନ କରାଯାଇପାରିବ । କେନ୍ଦ୍ର ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ୩୩ ପ୍ରତିଶତରୁ ଅଧିକ କ୍ଷତି ହୋଇଥିଲେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ।

Leave a Reply

Your email address will not be published. Required fields are marked *

Copyright © Bijay Patha - 2025 All rights reserved. | Newsphere by AF themes.